ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ, କେନ୍ଦୁଝର, କନ୍ଧମାଳ ଓ ଖୋର୍ଧାରୁ ୨ ଜଣ ଲେଖାଏ ତଥା ବାଲେଶ୍ୱର, ବରଗଡ, ଗଜପତି ଓ ସୁନ୍ଦରଗଡ ଜିଲ୍ଲାର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବରଗଡ ଜିଲ୍ଲାର ୬୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୭ ବର୍ଷୀୟ କରୋନା ଆକ୍ରାନ୍ତଙବ୍କ ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସେହିପରି ଭାବେ ବାଲେଶ୍ୱର ଜିଲ୍ଲାର ଜଣେ ୫୭ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀାଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଅନ୍ୟ ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧ୍ୟ ମଧୁମେହରେ ପୀଡିତ ଥିଲେ ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାର ଜଣେ ୭୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ଗଜପତି ଜିଲ୍ଲାର ଅନ୍ୟ ଜଣେ ୫୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୬୧ ବର୍ଷୀୟା ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ବରଣ କରିଛନ୍ତି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ଭୁୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।