
ଗଞ୍ଜାମ- ଗଞ୍ଜାମ ଜିଲ୍ଲାରେ ଆଜି ୨୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୩୩ କୁ ବୃଦ୍ଧି ପାଇଛି ।
ସେହିପରି ଆଜି ଜିଲ୍ଲାରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଦ୍ୱୟଙ୍କ ମଧ୍ୟରେ ଜଣେ ପୁରୁଷ ଏବଂ ଅନ୍ୟ ଜଣେ ମହିଳା ରହିଛନ୍ତି । ମହିଳା ଜଣକର ବୟସ ୬୧ ବର୍ଷ । ପୁରୁଷଙ୍କର ବୟସ ୪୮ ବର୍ଷ । ଦୁହେଁ ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିବା ଜଣାପଡିଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫ କୁ ବୃଦ୍ଧି ପାଇଛି ।