
ଭୁବନେଶ୍ୱର – ଖଣ୍ଡପଡ଼ାର ବିଜେଡି ବିଧାୟକ ତଥା ଦୈନିକ ‘ସମ୍ବାଦ’ର ସଂପାଦକ ସୌମ୍ୟରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏସମ୍ପର୍କରେ ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍ କରି କହିଛନ୍ତି, ‘ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣାପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି ।’
ସୂଚନାଯୋଗ୍ୟଏଥିପୂର୍ବରୁ ବାଲେଶ୍ୱର ଜିଲ୍ଲାର ନୀଳଗିରି ଓ ରେମୁଣା, କଟକ ଜିଲ୍ଲାର ସାଲେପୁର ଓ ଗଞ୍ଜାମ ଜିଲ୍ଲାର ପୋଲସରା ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହାଛଡା ନିକଟରେ ବରଗଡ ସାଂସଦ ସୁରେଶ ପୂଜାରୀ ମଧ୍ୟ ପଜିଟିଭ ଚିହ୍ନଟ ହୋଇଥିଲେ ।