ପାରଳାଖେମୁଣ୍ଡି- ଗଜପତି ଜିଲ୍ଲାରେ ଆଜି ନୂଆ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୩୯ କୁ ବୃଦ୍ଧି ପାଇଛି । ଗତ ୯ ତାରିଖରେ ଏମାନଙ୍କର ସ୍ୱାବ୍ ନମୂନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ କୋଭିଡ଼୍ କେୟାର୍ ସେଂଟରକୁ ସ୍ଥାନାନ୍ତରିତ କରାଯାଇଛି । ସେହିପରି ସାମାନ୍ୟ ଲକ୍ଷଣ ଥିବା ବ୍ୟକ୍ତିବିଶେଷ ମାନଙ୍କୁ ହୋମ୍ ଆଇସୋଲେସନକୁ ପଠାଇ ଦିଆଯାଇଛି ।
ନୂଆ ଚିହ୍ନଟ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ ପୁରୁଷ ଓ ୪ ଜଣ ମହିଳା ରହିଛନ୍ତି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କର ବୟସ ୨୦ ବର୍ଷରୁ ୫୪ ବର୍ଷ ମଧ୍ୟରେ ରହିଛି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରରୁ ୧୨ ଜଣ, ମୋହନା ବ୍ଲକରୁ ୨ ଜଣ, ଆର୍. ଉଦୟଗିରି ବ୍ଲକରୁ ୫ ଜଣ, ଗୋଷାଣି ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
ସ୍ୱାସ୍ଥ୍ୟ କର୍ମୀଙ୍କ ଦ୍ୱାରା ଘରକୁ ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ୧୭ ଜଣଙ୍କୁ ଚିହ୍ନଟ କରାଯାଇଛି । ପ୍ରାଥମିକ ସ୍ତରରେ ୨ ଜଣ ପଜିଟିଭଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି । ଅନ୍ୟ ଜଣେ ଜିଲ୍ଲା ବାହାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପଜିଟିଭ୍ ଚିହ୍ନଟ ହୋଇଛି । ଅଦ୍ୟାବଧି ଗଜପତି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ପ୍ରକାଶ ।