ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ରାଜ୍ୟର ସର୍ବାଧିକ ୨୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୫ କୁ ବୃଦ୍ଧି ପାଇଛି ।
ସେହିପରି ଆଜି ଜିଲ୍ଲାରେ ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନେ ସମସ୍ତେ ପୁରୁଷ । ସେମାନଙ୍କର ବୟସ ଯଥାକ୍ରମେ ୬୪, ୭୨, ୫୨ । ଏମାନେ ପୂର୍ବରୁ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିବା ଜଣାପଡିଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି ପାଇଛି ।