କନ୍ଧମାଳ– କନ୍ଧମାଳ ଜିଲ୍ଲାରେ ଆଜି ଆଉ ୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୬ ଜଣ ପୁରୁଷ ଓ ୧୪ ଜଣ ମହିଳା ରହିଛନ୍ତି ।
ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଚଂଳରୁ ୪ ଜଣ, ଜି. ଉଦୟଗିରି ବ୍ଲକରୁ ୫ ଜଣ, ଦାରିଙ୍ଗବାଡ଼ି ବ୍ଲକରୁ ୩ ଜଣ, କୋଟଗଡ଼ ବ୍ଲକରୁ ଜଣେ, ତୁମୁଡ଼ିବନ୍ଧ ବ୍ଲକରୁ ୯ ଜଣ, ବାଲିଗୁଡ଼ା ବ୍ଲକରୁ ୭ ଜଣ ଏବଂ ଫିରିଙ୍ଗିଆ ବ୍ଲକରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୬୨ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୬୮୭ ଆକ୍ରାନ୍ତ ସୁସ୍ଥ ହୋଇ କୋଭିଡ଼୍ ହସ୍ପିଟାଲରୁ ଘରକୁ ଫେରିଛନ୍ତି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୨୭୦ ରହିଥିବା ଏବଂ ବର୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲାପାଳ ଡଃ. ବୃନ୍ଦା ଡି. ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ତେବେ କୌଣସି ପ୍ରକାରେ ଏଥିରେ ଭୟଭିତ ନହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ନିରାପଦରେ ଘରେ ରହିବା ଏବଂ କୌଣସି ଜରୁରୀ କାମରେ ବାହାରକୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସେହିପରି ନିୟମିତ ବ୍ୟବଧାନରେ ହାତ ଧୋଇବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।