ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧୮ କୁ ବୃଦ୍ଧି ପାଇଛି । ଗତ ୧୦ ଓ ୧୧ ତାରିଖରେ ଏମାନଙ୍କର ସ୍ୱାବ୍ ନମୂନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି ।
ଆକ୍ରାନ୍ତ ମାନଙ୍କ ମଧ୍ୟରେ ସମସ୍ତେ ପୁରୁଷ । ଏମାନଙ୍କର ବୟସ ୨୦ ବର୍ଷରୁ ୫୯ ବର୍ଷ ମଧ୍ୟରେ । ଏମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ରହିଛନ୍ତି । ଅନ୍ୟ ୭ ଜଣ ପାରଳାଖେମୁଣ୍ଡି ସହରର ଏକ ସଂସ୍ଥାର କର୍ମଚାରୀ ବୋଲି ଜଣାପଡିଛି । ଅଦ୍ୟାବଧି ଗଜପତି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ପ୍ରକାଶ ।