ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୪୩ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ଦୁଇ ଜଣ, ଭୁବନେଶ୍ୱରରୁ ଦୁଇ ଜଣ ରହିଥିବା ବେଳେ ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ ଓ ସୁବର୍ଣପୁରର ଜଣେ ଜଣେ କରୋନାରେ ମୃତ୍ୟୁ ବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭଦ୍ରକ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ କ୍ରୋନିକ କିଡନି ରୋଗରେ ପୀଡିତ ଥିଲେ । ସେହିପରି ଭୁବନେଶ୍ୱରର ଜଣେ ଜଣେ ୩୨ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଅନ୍ୟ ରୋଗରେ ରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ବଲାଙ୍ଗିର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ, ମଧୁମେହ ରୋଗରେ ପୀଡିତ ଥିଲେ ।
କଟକ ଜିଲ୍ଲାର ହିଁ ଅନ୍ୟ ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣା ପଡିଛି । ସେ ମଧୁମେହ ରୋଗରେ ପୀଡିତ ଥିଲୋ ଗଂଜାମ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ, ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟା ପୁରୁଷ କରୋନା ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସେହିପରି ଭାବେ ଯାଜପୁର ଜିଲ୍ଲାର ହିଁ ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି କନ୍ଧମାଳ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ, ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ସୋନପୁର ଜିଲ୍ଲାର ଜଣେ ୪୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।