ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାରୁ ୩ ଜଣ. ରାୟଗଡା ଜିଲ୍ଲାରୁ ୨ ଜଣ ତଥା ଖୋର୍ଧା,ବାଲେଶ୍ୱର, ସମ୍ବଲପୁର ଓ ମାଲକାନଗିରିରୁ ଜଣେ ଜଣେ କରୋନାରେ ମୃତ୍ୟୁ ବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଭୁବନେଶ୍ୱରର ଜଣେ ଜଣେ ୮୧ ବର୍ଷୀୟା ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ, ପାର୍କିନସନ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାର ଅନ୍ୟ ଜଣେ ୬୮ ବର୍ଷ ବୟସ୍କ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଗଂଜାମ ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ମାଲକାନଗିରି ଜିଲ୍ଲାର ଜଣେ ୬୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣା ପଡିଛି । ସେ ମଧୁମେହ ରୋଗ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲୋ ରାୟଗଡା ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୪୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।