
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୦୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାରୁ ୩, କଟକ ଓ ରାୟଗଡା ଜିଲ୍ଲାରୁ ୨-୨ ଜଣ, ବଲାଙ୍ଗୀର, ଗଜପତି ଓ ନୟାଗଡ ଜିଲ୍ଲାରୁୁ ଜଣେ ଜଣେ କରୋନାରେ ମୃତ୍ୟୁ ବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାର ଜଣେ ୪୭ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୮୭ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧ୍ୟ ମଧୁମେହ, ରେ ପୀଡିତ ଥିଲେ ।
ସେହିପରି ଗଂଜାମ ଜିଲ୍ଲାର ଜଣେ ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ କ୍ରନିକ କିଡନି ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୬୧ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଗଂଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ନୟାଗଡ ଜିଲ୍ଲାର ଜଣେ ୫୮ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ
ରାୟଗଡା ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ଓ ଅନ୍ୟ ଜଣେ ୪୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।