ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୫୨୮ କୁ ବୃଦ୍ଧି ପାଇଛି । ଅଦ୍ୟାବଧି ୧୪୧୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ରହିଛି ୨୧୬୭ ।
ସେହିପରି ଆଜି ଜିଲ୍ଲାରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ପୁରୁଷ ମାନଙ୍କର ବୟସ ଯଥାକ୍ରମେ ୭୦, ୬୦, ୬୩, ୬୦ । ମୃତ ମହିଳାଙ୍କ ବୟସ ୬୮ ବର୍ଷ । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯ କୁ ବୃଦ୍ଧି ପାଇଛି ।