ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୫୩କୁ ବୃଦ୍ଧି ପାଇଛି । ଗତ ୨୨ ତାରିଖରେ ୮୬ ଜଣଙ୍କର ସ୍ୱାବ୍ ନମୂନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ତନ୍ମଧ୍ୟରୁ ୨ଟି ରିପୋର୍ଟ ପଜିଟିଭ୍ ଆସିଥିଲା । ଏହା ବ୍ୟତୀତ ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ପଠାଇ ଦିଆଯାଇଥିବା ନେଇ ପ୍ରଶାସନ ସୂତ୍ରରୁ ପ୍ରକାଶ ।
ନୂଆ ଚିହ୍ନଟ ଏହି ୩ ଆକ୍ରାନ୍ତ ସମସ୍ତେ ପୁରୁଷ । ସେମାନଙ୍କର ବୟସ ଯଥାକ୍ରମେ ୨୧, ୫୦, ୫୨ । ସେମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୨ ଜଣ ଏବଂ ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଜଣ ପ୍ରାଥମିକ ସ୍ତରରେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି । ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।