ଭୁବନେଶ୍ୱର– ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ବିଭାଗ ପରୀକ୍ଷା ଫଳ ।ଏଥି ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପୂର୍ବରୁ ଅଗଷ୍ଟ ମାସ ଶେଷ ସପ୍ତାହରେ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ଘୋଷଣା କରାଯାଇଥିଲା । ତେବେ ସିଏଚଏସଇର ଦୁଇଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପରୀକ୍ଷା ଫଳ ଘୋଷଣା ଘୁଂଚାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷାଫଳ ପ୍ରକାଶ ପାଇସାରିଛି । ପୂର୍ବବର୍ଷଗୁଡ଼ିକ ପରି ଏଥର ମଧ୍ୟ ପରୀକ୍ଷାଫଳ ପୁସ୍ତିକା ପ୍ରକାଶ ପାଇ ନାହିଁ । କେବଳ ଅନଲାଇନ୍ ରେ ରେଜଲ୍ଟ ଦେଖିହେଉଛି ।