ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଓ ସୁନ୍ଦରଗଡ ଜିଲ୍ଲାରୁ ୨-୨ ଜଣ ହୋଇଥିବା ବେଳେ ଖୋର୍ଧା,ବାଲେଶ୍ୱର, ବଲାଙ୍ଗୀର, କଟକ ଓ ଗଜପତି ଜିଲ୍ଲାରୁୁ ଜଣେ ଜଣେ କରୋନାରେ ମୃତ୍ୟୁ ବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନୀ ରୋଗରେ ପୀଡିତ ଥିଲେ । ବଲାଙ୍ଗୀର ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୩୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ସେହିପରି ଗଜପତି ଜିଲ୍ଲାର ଜଣେ ଜଣେ ୫୬ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଗଂଜାମ ଜିଲ୍ଲାର ଜଣେ ୭୩ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।
ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ସେହିପରି ସୁନ୍ଦରଗଡ ଜିଲ୍ଲାର ଜଣେ ୫୧ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।