
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୨୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭୪୦ କୁ ବୃଦ୍ଧି ପାଇଛି ।
ସେହିପରି ଆଜି ଜିଲ୍ଲାରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଦ୍ୱୟ ପୁରୁଷ । ଜଣକର ବୟସ ୭୩ ଓ ଅନ୍ୟ ଜଣକର ୬୮ । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧ କୁ ବୃଦ୍ଧି ପାଇଛି ।