ଭୁବନେଶ୍ୱର – ଆସନ୍ତାକାଲି ମହାତ୍ମା ଗାନ୍ଧିଙ୍କ ଜୟନ୍ତୀ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସହୀଦ ନଗର ଥାନା ଓ କ୍ୟାପିଟାଲ ହସ୍ପିଟାଲରେ ମୋ ସରକାର କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀ ନିଜେ ସିଧାସଳଖ ଅଭିଯୋଗକରୀଙ୍କ ସହ ଫୋନରେ କଥା ହେବେ ।
“ମୋ ସରକାର’ ଥାନା ଓ ଡାକ୍ତରଖାନାକୁ ଗୁରୁତ୍ୱ ଦିଆଯାଉଥିବାବେଳେ ଆସନ୍ତାକାଲି ନବୀନ ସହିଦ ନଗର ଥାନା ଏବଂ କ୍ୟାପିଟାଲ ହସ୍ପିଟାଲରରୁ ହିଁ ଅଭିଯୋଗକାରୀ ଓ ରୋଗୀଙ୍କ ସହ ଫୋନରେ କଥା ହେବେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଥାନା ଓ ଡାକ୍ତରଖାନା ବାବଦରେ ମତାମତ ନେବେ ।
ସେହିପରି ଆସନ୍ତାକାଲି ଠାରୁ ପ୍ଲାଷ୍ଟିକ୍ ବ୍ୟବହାର ଉପରେ ମଧ୍ୟ ରୋକ୍ ଲଗାଯିବ । ରାଜ୍ୟର ସମସ୍ତ ସହରାଂଚଳରେ ଏହି ଆଇନ୍ ଲାଗୁ ହେବ । ପ୍ଲାଷ୍ଟିକ୍ ଥାଳି ,ଥର୍ମୋକୁଲ ଓ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ବ୍ୟବହାର , ଆମଦାନୀ ବନ୍ଦ କରାଯିବ ।