
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ୩- ଜଣ ହୋଇଥିବା ବରଗଡ ଜିଲ୍ଲାରୁ ୨ ଜଣ ତଥା ଭଦ୍ରକ ଓ ଖୋର୍ଧା ଜିଲ୍ଲାରେ ଜଣେ ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲୋ ବରଗଡ ଜିଲ୍ଲାର ଜଣେ ୭୬ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ । ବରଗଡ ଜିଲ୍ଲାର ହିଁ ଅନ୍ୟ ଜଣେ ୬୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କର ମୃତ୍ୟୁ ଘଟିଛି । ସେ କ୍ରନିକ କିଡନୀ ରୋଗରେ ପୀଡିତ ଥିଲୋ
ଭଦ୍ରକ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।
ସମ୍ବଲପୁର ଜିଲ୍ଲାର ହିଁ ଜଣେ ୫୮ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କର ମୃତ୍ୟୁ ଘଟିଛି । ସେ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲୋ ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।