ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୯ କୁ ବୃଦ୍ଧି ପାଇଛି । ଗତ ୨୫ ଓ ୨୭ ତାରିଖରେ ଜିଲ୍ଲାରୁ ସ୍ୱାବ୍ ନମୂନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ତନ୍ମଧ୍ୟରୁ ୨୦ଟି ରିପୋର୍ଟ ପଜିଟିଭ୍ ଆସିଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତମାନଙ୍କୁ ହୋମ୍ ଆଇସୋଲେସନରେ ପଠାଇ ଦିଆଯାଇଥିବା ନେଇ ପ୍ରଶାସନ ସୂତ୍ରରୁ ପ୍ରକାଶ ।
ନୂଆ ଚିହ୍ନଟ ଏହି ୨୦ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ ପୁରୁଷ ଓ ୫ ଜଣ ମହିଳା ରହିଛନ୍ତି । ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କର ବୟସ ୧୮ ବର୍ଷରୁ ୮୦ ବର୍ଷ ମଧ୍ୟରେ ରହିଛି । ସେମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୬ ଜଣ, ଗୁମ୍ମା ବ୍ଲକରୁ ଜଣେ, ଗୋଷାଣି ବ୍ଲକରୁ ଜଣେ, କାଶୀନଗର ବ୍ଲକରୁ ୩ ଜଣ, ମୋହନା ବ୍ଲକରୁ ଜଣେ, ନୂଆଗଡ଼ ବ୍ଲକରୁ ଜଣେ, ଆର୍. ଉଦୟଗିରି ବ୍ଲକରୁ ଜଣେ ଓ ରାୟଗଡ଼ ବ୍ଲକରୁ ୫ ଜଣ ଆକ୍ରାନ୍ତ ରହିଛନ୍ତି । ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୭ ଜଣ ପ୍ରାଥମିକ ସ୍ତରରେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ଜଣେ କୋଭିଡ଼୍ ଯୋଦ୍ଧା ରହିଛନ୍ତି । ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।