ଭୁବନେଶ୍ୱର-ରାଜ୍ୟରେ ବନ୍ୟା ପରିସ୍ଥିତି ଜଟିଳ ହେଉଥିବା କାରଣରୁ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ୬ ଜଣ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ୬ଟି ପ୍ରଭାବିତ ଜିଲ୍ଲା ଦାୟିତ୍ୱ ପ୍ରଦାନ କରାଯାଇଛି । ରାଜ୍ୟର ମୁଖ୍ୟ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା, ଡି.କେ.ସିଂଙ୍କୁ କଟକ ଜିଲ୍ଲା ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ବିଶାଲ ଦେବଙ୍କୁ ବାଲେଶ୍ୱର, ବିଷ୍ଣପଦ ସେଠୀଙ୍କୁ ଭଦ୍ରକ, ଭି.ଭି.ଯାଦବଙ୍କୁ ଯାଜପୁର ଓ ସତ୍ୟବ୍ରତ ସାହୁଙ୍କୁ ଜଗତସିଂହପୁର ଜିଲ୍ଲା ଦାୟିତ୍ୱ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ଏହି ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆ ଯାଇଥିବା ସେ କହିଛନ୍ତି ।