
କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ,ଆଜି ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା ପ୍ରଶାସନିକ ଅଧିକାରୀ,ଜଳ ସମ୍ପଦ ଅଧିକ୍ଷଣ ଯନ୍ତ୍ରୀ ଙ୍କ ସହ ବର୍ତ୍ତମାନ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ର ମୁକାବିଲା ସମ୍ପର୍କ ରେ ବିସ୍ତୃତ ସମୀକ୍ଷା କରିଥିଲେ I ଉକ୍ତ ବୈଠକ ରେ ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ , ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ପ୍ରଦୀପ କୁମାର ସାହୁ , ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ )ସୁବାସ ନାଥଶର୍ମା, ଉପଜିଲ୍ଲାପାଳ ଭବତାରଣ ସାହୁ, ଜଳ ସମ୍ପଦ (ସେଣ୍ଟ୍ରାଲ ସର୍କଲ )ସୁପେରିଟେଂଡିଗ ଇଞ୍ଜିନିଅର ଚିନ୍ମୟ ରାଉତ , ଏକଜୁକୁଟୀଭ ଇଞ୍ଜିନିଅର (ଡ୍ରେନେଜ) ଭଗବାନ ଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ I ଶ୍ରୀ ଦାସବର୍ମା ଜିଲ୍ଲାରେ ଥିବା ଦୟା , ଭାର୍ଗବୀ , ରତ୍ନଚିରା , ଲୁଣା ଏବଂ ମକରା ନଦୀର ବିଭିନ୍ନ ସ୍ଥାନ ରେ ଅସୁରକ୍ଷିତ ନଦୀବନ୍ଧ ଗୁଡିକ ଉପରେ ତୀକ୍ଷଣ ନଜର ରଖିବା ପାଇଁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ I
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO