ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାରୁ ୪ ଜଣ ହୋଇଥିବା ବେଳେ ଖୋର୍ଧା, କଟକ. ମାଲକାନଗିରି ପୁରୀ, ସୁନ୍ଦରଗଡ ଓ ଯାଜପୁର, ରାୟଗଡା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ – ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱର ଜଣେ ୫୩ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ କଟକ ଜିଲ୍ଲା ଜଣେ ୬୩ ବର୍ଷୀୟା କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୩୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୩୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୬୫ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଯାଜପୁର ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ମାଲକାନଗିରି ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ଘଟିଛି ।
ନବରଙ୍ଗପୁର ଜିଲ୍ଲାର ହିଁ ଜଣେ ୬୨ ବର୍ଷୀୟ ପୁରଷଙ୍କର ମୃତ୍ୟୁ ଘଟିଛି ।ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୪୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ ଲିଭର ରୋଗରେ ପୀଡିତ ଥିଲେ ।
ରାୟଗଡା ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୫୯ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲୋ
କୋବିଡ ଗାଇଡଲାଇନ ଉଲ୍ଲଂଘନ ପାଇଁ ଗତ ୨୪ ଘଂଟାରେ ୮ଟି ମାମଲା ରୁଜୁ
ଭୁବନେଶ୍ୱର, ୩୦ ଅଗଷ୍ଟ – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କୋବିଡ ଗାଇଡଲାଇନ ଉଲ୍ଲଂଘନ ପାଇଁ ୮ଟି ମାମଲା ରୁଜୁ କରା ଯାଇଛି । ଏହି ସମସ୍ତ ମାମଲା କୋବିଡ ଗାଇଡଲାଇନ ଉଲ୍ଲଂଘନ ସମ୍ପର୍କିତ ବୋଲି ସୂଚନା ଦିଆ ଯାଇଛି । ରାଜ୍ୟ ପୋଲିସ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।