ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୯୩ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୨୧ ଜଣ, ବାଲିମେଳା ଏନଏସିରୁ ୨ ଜଣ, ମାଥିଲି ବ୍ଲକରୁ ୭ ଜଣ, ଖଇରପୁଟ ବ୍ଲକରୁ ୨ ଜଣ, ମାଲକାନଗିରି ବ୍ଲକରୁ ୩ ଜଣ ପଡ଼ିଆ ବ୍ଲକରୁ ୨ ଜଣ, ଚିତ୍ରକୋଣ୍ଡା ବ୍ଲକରୁ ୫ ଜଣ ଏବଂ କାଲିମେଳା ବ୍ଲକରୁ ୭ ଜଣ ରହିଛନ୍ତି ।
ଆଜି ଚିହ୍ନଟ ୪୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୧୭ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ବାହାରୁ ଆସିଥିବା ଦୁଇ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅଦ୍ୟାବଧି ଜିଲ୍ଲାରେ ୧୬୧୮ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୬୬୮ ରହିଛି ।
ସେହିପରି ଆଜି ଜିଲ୍ଲାରେ ଆଉ ଜଣେ ୫୯ ବର୍ଷିୟ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ପୁରୁଷ ଏବଂ ସେ ଜଣେ କରୋନା ଯୋଦ୍ଧା ଥିବା ଜଣାପଡିଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି ।