
ସମ୍ବଲପୁର– ହୀରାକୁଦ ଡ଼୍ୟାମ୍ ର ୩୬ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟା ଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ରେ ବାମ ପାଶ୍ୱର୍ ଡାଇକ୍ ରେ ୨୩ ଟି ଓ ଡ଼ାହାଣ ପାଶ୍ୱର୍ ଡାଇକ୍ ରେ ୧୩ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରୀ ରହିଛି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୫ ଲକ୍ଷ ୧୬ ହଜାର ୨୫୬ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୩୬ଟି ସ୍ଲୁଇସ୍ ଗେଟ୍ ଦେଇ ପ୍ରତି ସେକେଣ୍ଡରେ ୫ ଲକ୍ଷ ୯୮ ହଜାର ୮୪୭ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ମଧ୍ୟାହ୍ନ ୧୨ଟା ସୁଦ୍ଧା ଜଳ ଭଣ୍ଡାରର ଜଳସ୍ତର ୬୨୭.୦୮ ଫୁଟ୍ ରହିଛି ।