ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୪ କୁ ବୃଦ୍ଧି ପାଇଛି । ଗତ ୨୭ ଓ ୨୯ ତାରିଖରେ ଜିଲ୍ଲାରୁ ସ୍ୱାବ୍ ନମୂନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ତନ୍ମଧ୍ୟରୁ ୨୯ଟି ରିପୋର୍ଟ ପଜିଟିଭ୍ ଆସିଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ, କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତମାନଙ୍କୁ ହୋମ୍ ଆଇସୋଲେସନରେ ପଠାଇ ଦିଆଯାଇଥିବା ନେଇ ପ୍ରଶାସନ ସୂତ୍ରରୁ ପ୍ରକାଶ ।
ନୂଆ ଚିହ୍ନଟ ଏହି ୨୯ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଓ ମହିଳା ୭ ଜଣ ମହିଳା ରହିଛନ୍ତି । ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କର ବୟସ ୨୧ ବର୍ଷରୁ ୮୦ ବର୍ଷ ମଧ୍ୟରେ ରହିଛି । ସେମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୯ ଜଣ, ଗୋଷାଣି ବ୍ଲକରୁ ୫ ଜଣ, ଗୁମ୍ମା ବ୍ଲକରୁ ୪ ଜଣ, କାଶୀନଗର ବ୍ଲକରୁ ୪ ଜଣ, ମୋହନା ବ୍ଲକରୁ ୩ ଜଣ, ରାୟଗଡ଼ ବ୍ଲକରୁ ୩ ଜଣ ଏବଂ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୫ ଜଣ ସଂକ୍ରମିତ ହୋଇଛନ୍ତି । ତନ୍ମଧ୍ୟରେ ୩ ଜଣ କୋଭିଡ଼୍ ଯୋଦ୍ଧା ରହିଛନ୍ତି । ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।