ଗଞ୍ଜାମ-ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୨୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦୬୯କୁ ବୃଦ୍ଧି ପାଇଛି ।
ସେହିପରି ଆଜି ଜିଲ୍ଲାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ୬୦ ବର୍ଷିୟ ପୁରୁଷ । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧ କୁ ବୃଦ୍ଧି ପାଇଛି ।