ସମ୍ବଲପୁର– ହୀରାକୁଦର ଉପର ମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ଏବଂ ଜଳ ଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶର ମାତ୍ରା ହ୍ରାସ ପାଇଥିବାରୁ ସ୍ଥିତିକୁ ଦୃଷ୍ଟିରେ ରଖି ଡ୍ୟାମ୍ ର ଆଉ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଫଳରେ ମଧ୍ୟାହ୍ନ ୧୨ଟା ସୁଦ୍ଧା ମୋଟ୍ ୨୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟା ଜଳ ନିଷ୍କାସନ ଜାରୀ ରହିଛି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୯୦ ହଜାର ୮୯୬ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨୪ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୪ ଲକ୍ଷ ୩ ହଜାର ୬୦୧ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଦିନ ୧୨ ଟା ସୁଦ୍ଧା ଜଳ ଭଣ୍ଡାରର ଜଳସ୍ତର ୬୨୫.୭୭ ଫୁଟ୍ ରହିଛି ।