
ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୫ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୪ ଜଣ, ବାଲିମେଳା ଏନଏସିରୁ ୪ ଜଣ, ମାଥିଲି ବ୍ଲକରୁ ୨ ଜଣ, ଖଇରପୁଟ ବ୍ଲକରୁ ୩ ଜଣ, ମାଲକାନଗିରି ବ୍ଲକରୁ ଜଣେ, ଚିତ୍ରକୋଣ୍ଡା ବ୍ଲକରୁ ୨ ଜଣ, କାଲିମେଳା ବ୍ଲକରୁ ୨ ଜଣ, ପଡ଼ିଆ ବ୍ଲକରୁ ଜଣେ ଏବଂ କୋରକୋଣ୍ଡା ବ୍ଲକରୁ ୩ ଆକ୍ରାନ୍ତ ରହିଛନ୍ତି । ତନ୍ମଧ୍ୟରେ ୪ ଜଣ କୋଭିଡ଼୍ ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୩୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟ ହଟସ୍ପଟ ଇଲାକାରୁ ଆସି ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅଦ୍ୟାବଧି ଜିଲ୍ଲାରେ ୧୮୨୮ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୫୭୦ ରହିଛି । ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭ ରହିଛି ।