ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୦୩ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା, ମୁୟୁରଭଂଜ ଓ ପୁରୀ ଜିଲ୍ଲାରୁ ୨-୨ ଜଣ ଜଣ ହୋଇଥିବା ବେଳେ ଗଂଜାମ. କଟକ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡା ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାର ଜଣେ ୭୪ ବର୍ଷୀୟା କରୋନା ଆକ୍ରାନ୍ତ ମହିଳା ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ ଗଂଜାମ ଜିଲ୍ଲା ଜଣେ ୬୦ ବର୍ଷୀୟା କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଛି । ସେ ଅନିୟନ୍ତ୍ରିତ ମଧୁମେହ ରୋଗରେ ପୀଡିତ ଥିଲୋ
ଜଗତସିଂହପୁର ଜିଲ୍ଲାର ଜଣେ ୩୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ କ୍ରନିକ କିଡନି ରୋଗରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୪୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଖୋର୍ଧା ଜିଲ୍ଲାର ଜଣେ ୭୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଖୋର୍ଧା ଜିଲ୍ଲାର ଜଣେ ୫୫ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ଡାଇବେଟିସ ଓ ଅନ୍ୟ ରୋଗରେ ପାଡିତ ଥିଲେ ।
ମୟୁରଭଂଜ ଜିଲ୍ଲାର ଜଣେ ୮୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୬୦ ବର୍ଷୀୟା ମହିଳା କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୪୦ ବର୍ଷୀୟ ପୁରଷଙ୍କର ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୮୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି । ରାୟଗଡା ଜିଲ୍ଲାର ଜଣେ ୮୫ ବର୍ଷୀୟ ପୁରୁଷ ମୃତ୍ୟୁ ବରଣ କରିଛନ୍ତି । ରାୟଗଡା ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।