
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୧୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ତିନି ଜଣ ଥିବା ବେଳେ ଖୋର୍ଧା ଜିଲ୍ଲାର ୨ ଜଣ ଅଛନ୍ତି । ବାଲେଶ୍ୱର, ଭଦ୍ରକ, ଜଗତସିଂହପୁୁର, ପୁରୀ, ରାୟଗଡା ଓ ସମ୍ବଲପୁରର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୫୭ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ ଭଦ୍ରକ ଜିଲ୍ଲା ଜଣେ ୫୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଛି । । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
ଭୁୁବନେଶ୍ୱର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ ଭୁବନେଶ୍ୱରର ଜଣେ ୫୭ ବର୍ଷୀୟା ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୬୩ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଗଂଜାମ ଜିଲ୍ଲାର ଜଣେ ୩୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଜଗତସିଂହପୁୁର ଜିଲ୍ଲାର ଜଣେ ୯୦ ବର୍ଷୀୟା ପୁରୁଷ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୫୨ ବର୍ଷୀୟ ପୁରଷଙ୍କର ମୃତ୍ୟୁ ଘଟିଛି । ସେ ମଧ୍ୟ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । । ରାୟଗଡା ଜିଲ୍ଲାର ଜଣେ ୬୪ ବର୍ଷୀୟ ପୁରୁଷ ମୃତ୍ୟୁ ବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ଆମେନିଆ ରୋଗରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୫୮ ବର୍ଷୀୟା ମହିଳା ମୃତ୍ୟୁବରଣ କରିଛନ୍ତି ।