
ସମ୍ବଲପୁର– ଆଜି ଦିନ ୧୨ଟା ସୁଦ୍ଧା ହୀରାକୁଦ ଡ଼୍ୟାମ୍ ର ମୋଟ୍ ୧୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟା ଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ରେ ୧୦ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୪ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରୀ ରହିଛି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୨ ହଜାର ୫୩୭ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୧୪ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୨ ହଜାର ୫୩୭ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳସ୍ତର ୬୨୪.୧୯ ଫୁଟ୍ ରହିଛି ।
ପ୍ରକାଶ ଥାଉ କି, ପୂର୍ବାହ୍ନ ୯ଟା ସୁଦ୍ଧା ମୋଟ୍ ୧୬ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଥିବା ବେଳେ ଉପର ମୁଣ୍ଡରୁ ଜଳ ଭଣ୍ଡାର ମଧ୍ୟକୁ ଜଳ ସ୍ରୋତର ମାତ୍ରା ହ୍ରାସ ପାଇଥିବାରୁ ପରବର୍ତି ସମୟରେ ସ୍ଥିତିକୁ ଦେଖି ତନ୍ମଧ୍ୟରୁ ଦୁଇଟି ଗେଟ୍ କୁ ବନ୍ଦ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO