ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୩ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୨୨ ଜଣ, ବାଲିମେଳା ଏନଏସିରୁ ଜଣେ, ମାଥିଲି ବ୍ଲକରୁ ୯ ଜଣ, ମାଲକାନଗିରି ବ୍ଲକରୁ ୨ ଜଣ, ଚିତ୍ରକୋଣ୍ଡା ବ୍ଲକରୁ ୯ ଜଣ, କୋରକୁଣ୍ଡାରୁ ଜଣେ, ଖଇରପୁଟରୁ ୩ ଜଣ ଏବଂ କାଲିମେଳା ବ୍ଲକରୁ ୮ ଜଣ ରହିଛନ୍ତି ।
ଆଜି ଚିହ୍ନଟ ୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ବେଳେ ୧୪ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୧୫ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବଂ ବାହାର ରାଜ୍ୟରୁ ଫେରନ୍ତା ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତିି । ଅଦ୍ୟାବଧି ଜିଲ୍ଲାରେ ୧୯୯୩ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୭୩ ରହିଛି । ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭ ରହିଛି ।