ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୨୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ତିନି ଜଣ ଥିବା ବେଳେ କଟକ ଜିଲ୍ଲାର ୨ ଜଣ ଅଛନ୍ତି । ସେହିପରି ବାଲେଶ୍ୱର, ଖୋର୍ଧା ଓ କନ୍ଧମାଳରୁ ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ କ୍ରମିକ କିଡନୀ ରୋଗରେ ପୀଡିତ ଥିଲୋ ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଛି । । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
କଟକ ଜିଲ୍ଲାର ଜଣେ ୬୬ ବର୍ଷୀୟା ମହିଳା କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ହିଁ ଅନ୍ୟ ଜଣେ ୬୭ ବର୍ଷୀୟ ପୁରୁାଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୭୮ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲାର ଜଣେ ୫୦ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।