
ଗଞ୍ଜାମ-ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୪୨କୁ ବୃଦ୍ଧି ପାଇଛି ।
ସେହିପରି ଆଜି ଜିଲ୍ଲାରେ ଆଉ ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ । ସେମାନଙ୍କ ମଧ୍ୟରୁ ଜଣକର ବୟସ ୭୦ ବର୍ଷ ଓ ଅନ୍ୟ ଜଣକର ବୟସ ୫୦ ବର୍ଷ । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୯ କୁ ବୃଦ୍ଧି ପାଇଛି ।