ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୯୦ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୯ ଜଣ, ବାଲିମେଳା ଏନଏସିରୁ ଜଣେ, ମାଥିଲି ବ୍ଲକରୁ ୨ ଜଣ, ମାଲକାନଗିରି ବ୍ଲକରୁ ଜଣେ, କୋରକୁଣ୍ଡାରୁ ଜଣେ, କାଲିମେଳା ବ୍ଲକରୁ ୨ ଜଣ ଚିତ୍ରକୋଣ୍ଡା ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ୪ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ଦୁଇ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୨ ୧୧୦ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୩୭୩ ରହିଛି ।
ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭ ରହିଛି ।