ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୩୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ଦୁଇ ଜଣ ହୋଇଥିବା ବେଳେ ଗଂଜାମ, ବଲାଙ୍ଗୀର, କଟକ, ମାଲକାନଗିିରି, ସୁନ୍ଦରଗଡ ଜିଲ୍ଲାର ଜଣେ – ଜଣ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରାର ଜଣେ ୭୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଜଣେ ୭୮ ବର୍ଷୀୟା କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଛି । । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲୋ
କଟକ ଜିଲ୍ଲାର ଜଣେ ୬୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ଡାଇବେଟିସରେ ପୀଡିତ ଥିଲେ ।
ଗଂଜାମ ଜିଲ୍ଲାର ଜଣେ ୭୬ ବର୍ଷୀୟା ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହରେ ପୀଡିତ ଥିଲେ ।
ଖୋର୍ଧା ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୁନ୍ଦରଗଡ ଜିଲ୍ଲାର ଜଣେ ୧୩ ବର୍ଷୀୟ ବାଳକର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଖୋର୍ଧା ଜିଲ୍ଲାର ଜଣେ ୬୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।