ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୫୨ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୫ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ଜଣେ, ମାଲକାନଗିରି ବ୍ଲକରୁ ୨ ଜଣ, କୋରକୁଣ୍ଡାରୁ ୫ ଜଣ, କାଲିମେଳା ବ୍ଲକରୁ ୫ ଜଣ ଏବଂ ଚିତ୍ରକୋଣ୍ଡା ବ୍ଲକରୁ ୯ ଜଣ ଆକ୍ରାନ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ୩ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୬ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୯ ଜଣ ସଂକ୍ରମିତ ହୋଇଛନ୍ତି । ଅଦ୍ୟାବଧି ଜିଲ୍ଲାରେ ୨୨୩୩ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୩୧୧ ରହିଛି । ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ରହିଛି ।