
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୪୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ୪ ଜଣ ରହିଥିବା ବେଳେ ଖୋର୍ଧା, କୋରାପୁଟ, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାର ଜଣେ – ଜଣ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୪୮ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୪୮ ବର୍ଷୀୟା କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୭୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହରେ ପୀଡିତ ଥିଲେ ।
କୋରାପୁଟ ଜିଲ୍ଲାର ଜଣେ ୪୯ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଅନିୟନ୍ତ୍ରିତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ରାୟଗଡା ଜିଲ୍ଲାର ଜଣେ ୩୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାର ଜଣେ ୮୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।