ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୫୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ୩ ଜଣ ରହିଥିବା ବେଳେ ଖୋର୍ଧା, କଟକ, ବାଲେଶ୍ୱର, କଳାହାଣ୍ଡି କୋରାପୁଟ, ରାୟଗଡା ଓ ନୟାଗଡ ଜିଲ୍ଲାର ଜଣେ – ଜଣ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୫୩ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୭୦ ବର୍ଷୀୟା କରୋନା ସଂକ୍ରମିତ ମହିଳାଙ୍କର ମୃତ୍ୟୁ ଘଟିଛି । ସେ ବ୍ରେନ ଟ୍ୟୁମର ରୋଗରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୩୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଗଂଜାମ ଜିଲ୍ଲାର ଜଣେ ୫୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ରୋଗରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
କଳାହାଣ୍ଡି ଜିଲ୍ଲାର ଜଣେ ୫୫ ବର୍ଷୀୟ ପରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ କ୍ରନିକ କିଡନି ରୋଗରେ ପୀଡିତ ଥିଲୋ । କୋରାପୁଟ ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ନୟାଗଡ ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
ରାୟଗଡା ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ