ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୯୦୮୦୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୧୦୧୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨,୦୪,୬୧୪ ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ମୋଟ ୩୨,୫୦,୪୨୯ ରୋଗୀ ସୁସ୍ଥ ହୋଇ ସାରିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୮,୮୨୫୪୨ ବର୍ତମାନ ସୁଦ୍ଧା ୭୧,୬୪୨ ଜଣ ମୃତ୍ୟୁ ବରଣ କରିଛନ୍ତି ।