ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ପୁରୀ ଜିଲ୍ଲାର ତିନି ଜଣ ହୋଇଥିବା ବେଳେ ଗଂଜାମ, ମୟୁରଭଂଜ, ରାୟଗଡା ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ଖୋର୍ଧା, କଟକ, କନ୍ଧମାଳ ଓ ସୋନପୁର ଜିଲ୍ଲାର ଜଣେ – ଜଣ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୫୮ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଗଂଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୬୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ କ୍ରନିକ କିଡନି ରୋଗରେ ପୀଡିତ ଥିଲୋ
ମୟୁରଭଂଜ ଜିଲ୍ଲାର ଜଣେ ୨୪ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ମୟୁରଭଂଜ ଜିଲ୍ଲାର ଜଣେ ୭୦ ବର୍ଷୀୟ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।
ପୁରୀ ଜିଲ୍ଲାର ଜଣେ ୬୦ ବର୍ଷୀୟା ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ କ୍ରନିକ କିଡନି ରୋଗରେ ପୀଡିତ ଥିଲୋ । ପୁରୀ ଜିଲ୍ଲାର ଜଣେ ୪୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି ଏହି ଜିଲ୍ଲାର ୬୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛିା
ରାୟଗଡା ଜିଲ୍ଲାର ଜଣେ ୪୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
ରାୟଗଡା ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ କ୍ରନିକ କିଡନୀ ରୋଗରେ ପୀଡିତ ଥିଲୋ ସୋନପୁର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।