
ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୪ କୁ ବୃଦ୍ଧି ପାଇଛି । ୭୭୫ ସ୍ୱାବ୍ ନମୂନା ସଂଗ୍ରହ ପରେ ଆରଟି-ପିସିଆର୍ ଓ ର୍ୟାପିଡ଼୍ ଆଂଟିଜେନ ଟେଷ୍ଟ କରାଯାଇଥିଲା । ପରୀକ୍ଷାରୁ ୫୩ଟି ରିପୋର୍ଟ ପଜିଟିଭ୍ ଆସିଥିଲା । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ, କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତମାନଙ୍କୁ ହୋମ୍ ଆଇସୋଲେସନରେ ପଠାଇ ଦିଆଯାଇଥିବା ନେଇ ପ୍ରଶାସନ ସୂତ୍ରରୁ ପ୍ରକାଶ ।
ନୂଆ ଚିହ୍ନଟ ଏହି ୫୩ ଆକ୍ରାନ୍ତଙ୍କ ମଧ୍ୟରେ ୩୦ ଜଣ ପୁରୁଷ ଓ ମହିଳା ୨୩ ଜଣ ମହିଳା ରହିଛନ୍ତି । ତନ୍ମଧ୍ୟରେ ଜଣେ ନାବାଳିକା ରହିଛନ୍ତି ।ସେମାନଙ୍କର ବୟସ ୩ ବର୍ଷରୁ ୭୦ ବର୍ଷ ମଧ୍ୟରେ ରହିଛି । ସେମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୧୬ ଜଣ, ଗୋଷାଣୀ ବ୍ଲକରୁ ୪ ଜଣ, କାଶୀନଗର ବ୍ଲକରୁ ୪ ଜଣ, ମୋହନା ବ୍ଲକରୁ ୧୦ ଜଣ, ନୂଆଗଡ଼ ବ୍ଲକରୁ ୮ ଜଣ ଏବଂ ରାୟଗଡ଼ ବ୍ଲକରୁ ୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟ ୫ ଜଣଙ୍କ ବାବଦରେ ଅଧିକ ତଥ୍ୟ ମିଳିପାରିନାହିଁ ।
ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।