
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ କୋଭିଡ଼୍ କେୟାର ସେଂଟରରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୧୨କୁ ବୃଦ୍ଧି ପାଇଛି ।
ସେହିପରି ଆଜି ଜିଲ୍ଲାରେ ଆଉ ଦୁଇ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଦ୍ୱୟ ପୁରୁଷ । ତନ୍ମଧ୍ୟରୁ ଜଣକର ବୟସ ୫୮ ବର୍ଷ । ଅନ୍ୟ ଜଣକର ବୟସ ୫୦ ବର୍ଷ । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୯ କୁ ବୃଦ୍ଧି ପାଇଛି ।