ଗଞ୍ଜାମ– ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ୍ ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମରେ ଆଜି ଭୋରରୁ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି ।
ସୂଚନା ଅନୁଯାୟୀ, ନରେନ୍ଦ୍ରପୁର ଗ୍ରାମର ଉଦୟ ପ୍ରଧାନ (୬୨) ଆଜି ଭୋର୍ ପ୍ରାୟ ସାଢ଼େ ୫ଟା ସମୟରେ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ପୋଖରୀରେ ଗାଧୋଇବା ବେଳେ ତାଙ୍କ ପାଦ ଗଭୀର ଜଳରାଶି ମଧ୍ୟକୁ ଖସିଯିବାରେ ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଛି । ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କରାଯାଇ ହିଞ୍ଜିଳିକାଟୁ ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା । ହେଲେ ସେଠାରେ ଡ଼୍ୟୁଟିରେ ଥିବା ଡ଼ାକ୍ତର ବୃଦ୍ଧଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ହିଞ୍ଜିଳି ପୋଲିସ ମେଡ଼ିକାଲରେ ପହଂଚି ଶବ ଜବତ କରିଛି । ଏହାକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି । ଥାନା ପକ୍ଷରୁ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି ।