ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୮୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଗଂଜାମ ଜିଲ୍ଲାର ଚାରି ଜଣ, ଖୋର୍ଧା ଜିଲ୍ଲାର ୩ ଜଣ ତଥା କନ୍ଧମାଳ, ବଲାଙ୍ଗୀର, କେନ୍ଦୁଝର ଓ ପୁରୀ ଜିଲ୍ଲାର ଜଣେ – ଜଣ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ. ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୦ ବର୍ଷୀୟା କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବଲାଙ୍ଗୀର ଜିଲ୍ଲାର ଜଣେ ୬୫ ବର୍ଷୀୟା ମହିଳା କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କର ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଗଂଜାମ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ରୋଗରେ ପୀଡିତ ଥିଲୋ
ଗଂଜାମ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୫୦ ବର୍ଷୀୟ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।
ଖୋର୍ଧା ଜିଲ୍ଲାର ଜଣେ ୭୫ ବର୍ଷୀୟା ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ କିଡନି ରୋଗରେ ପୀଡିତ ଥିଲୋ । କେନ୍ଦୁଝର ଜିଲ୍ଲାର ଜଣେ ୪୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ପୁରୀ ଜିଲ୍ଲାର ଜଣେ ୪୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।