ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୨୮ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୨ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ଜଣେ, ମାଲକାନଗିରି ବ୍ଲକରୁ ଜଣେ, କୋରକୁଣ୍ଡା ବ୍ଲକରୁ ଜଣେ, କାଲିମେଳା ବ୍ଲକରୁ ୨ ଜଣ ମାଥିଲି ବ୍ଲକରୁ ୨ ଜଣ, ଖଇରପୁଟ ବ୍ଲକରୁ ଜଣେ ଏବଂ ପଡ଼ିଆ ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୫ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୬ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୨୪୦୩ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୨୧୭ ରହିଛି । ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ରହିଛି ।