ଭୁବନେଶ୍ୱର – ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତୀ ଅଂଚଳରେ ସମୁଦ୍ର ପତନ ଉପରେ ସୃଷ୍ଟି ହୋଇଥିବା ଟ୍ରଫ୍ ଲାଇନ୍ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ସମ୍ବଲପୁର, ଅନୁଗୁଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପକ୍ଷରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ଅଂଚଳରେ ଦାନା ବାନ୍ଧୁଥିବା ଲଘୁଚାପ ଆସନ୍ତା ସେପ୍େଟମ୍ବର ୧୩ ତାରିଖରେ ସ୍ପଷ୍ଟ ରୂପ ନେବ । ଏହାର ପ୍ରଭାବରେ ୪ରୁ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ।