ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୦୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାରେ ପାଂଚ ଜଣ, ପୁରୀ ଜିଲ୍ଲାରେ ୩ ଜଣ, ମୟୁରଭଂଜ ଜିଲ୍ଲାରେ ୨ ଜଣ ତଥା କଟକ, କୋରାପୁଟ, କଳାହାଂଡି, ସମ୍ବଲପୁର ଜିଲ୍ଲାରୁ ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୫୧ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ. ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୫୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଭୁବନେଶ୍ୱରର ଜଣେ ୭୪ ବର୍ଷୀୟା ମହିଳା କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୧ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ, ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପାଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୪୯ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କଟକ ଜିଲ୍ଲାର ଜଣେ ୮୦ ବର୍ଷୀୟ ମହିଳା କରୋନା ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ. ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । କଳାହାଣ୍ଡି ଜିଲ୍ଲାର ଜଣେ ୬୧ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
କୋରାପୁୁଟ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୪୫ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଅନ୍ୟ ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ପୁରୀ ଜିଲ୍ଲାର ଜଣେ ୮୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଅନ୍ୟ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲୋ
ପୁରୀ ଜିଲ୍ଲାର ଜଣେ ୪୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।