ଭୁବନେଶ୍ୱର– ରାଜ୍ୟର ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ସେ ଘରେ ବିଚ୍ଛିନ୍ନ ଅଛନ୍ତି ଏବଂ ତାଙ୍କ ଅବସ୍ଥା ସ୍ଥିର ଅଛି । ଗତ କିଛି ଦିନ ହେବ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ ନିଜକୁ ପରୀକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି ।