ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୧୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କଟକ ଜିଲ୍ଲାର ୩ ଜଣ, ଖୋର୍ଧା ଜିଲ୍ଲାର ୨ ଜଣ ରହିଥିବା ବେଳେ ବଲାଙ୍ଗୀର, ଯାଜପୁର, କନ୍ଧମାଳ, କେନ୍ଦୁଝର, ନୟାଗଡ ଓ ରାୟଗଡା ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୩୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ. ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୮୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ବଲାଙ୍ଗୀର ଜିଲ୍ଲାର ଜଣେ ୭୦ ବର୍ଷୀୟା ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ ।
କଟକ ଜିଲ୍ଲାର ଜଣେ ୬୬ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପାଡିତ ଥିଲେ । କଟକ ଜିଲ୍ଲାର ଜଣେ ୮୮ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡିତ ଥିଲେ ।
ଯାଜପୁର ଜିଲ୍ଲାର ଜଣେ ୪୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ କ୍ରନିକ କିଡନି ରୋଗରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୬୪ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
କେନ୍ଦୁଝର ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁୁରୁଷ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ନୟାଗଡ ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଅନ୍ୟ ଜଣେ ୬୩ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧ୍ୟ ମଧୁମେହରେ ପୀଡିତ ଥିଲୋ