
ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୦ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୫ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ଜଣେ, ମାଲକାନଗିରି ବ୍ଲକରୁ ୩ ଜଣ, କାଲିମେଳା ବ୍ଲକରୁ ୨ ଜଣ, ଖଇରପୁଟ ବ୍ଲକରୁ ଜଣେ ଏବଂ ଚିତ୍ରକୋଣ୍ଡା ବ୍ଲକରୁ ୧୪ ଜଣ ଆକ୍ରାନ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ୭ ଜଣ କରୋନା ଯୋଦ୍ଧା ରହିଛନ୍ତି । ଆଜି ଚିହ୍ନଟ ୨୬ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୧୦ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୭ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୨୪୮୫ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୨୨୭ ରହିଛି । ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ରହିଛି ।